ଦେଶରେ କରୋନା: ୨୪ଘଣ୍ଟାରେ ୬୬,୭୩୨ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬୬ ହଜାର ୭୩୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୧,୨୦,୫୩୯କୁ ବୃଦ୍ଧି ପାଇଛି। ଏଥିସହ ଦିନରେ ଆଉ ୮୧୬ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୭୧,୨୦,୫୩୯ ଥିବା ବେଳେ ୮,୬୧,୮୫୩ ସକ୍ରିୟ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୦୯,୧୫୦ରେ ପହଞ୍ଚିଛି।