କରୋନା: ୨୪ ଘଣ୍ଟାରେ ଚାଲିଗଲା ୧୭ ଜୀବନ, ରାଜ୍ୟରେ ମୋଟ ୧୦୫୭
ଭୁବନେଶ୍ବର: ରାଜ୍ୟରେ ଅଣାୟତ୍ତ କରୋନା ସଂକ୍ରମଣ। ଦିନକୁ ଦିନ ରାଜ୍ୟରେ ବିଗିଡ଼ିବାରେ ଲାଗିଛି ସ୍ବାସ୍ଥ୍ୟବସ୍ଥା। ୨୪ ଘଣ୍ଟାରେ ରାଜ୍ୟର ୩୦ ଟି ଜିଲ୍ଲାରୁ ୨୨୭୫ ପଜିଟଭ ଚିହ୍ନଟ ହୋଇଥିବା ବେଳେ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୫୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି
୧୭ ମୃତକଙ୍କ ମଧ୍ୟରୁ ମୟୁରଭଞ୍ଜ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ପୁରୀ, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ବାଲେଶ୍ବର, ବଲାଙ୍ଗୀର, ଜଗତସିଂହପୁର, ଝାରସୁଗୁଡା, କେନ୍ଦ୍ରାପଡା ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୫୬୯୩୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୫୬୩୫ଟି ସକ୍ରିୟ କେସ୍ ରହିଥିବା ବେଳେ ୨୩୦୧୯୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୧୦୫୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୩୮୩୬୮୨୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।
Comments are closed.