Odisha Link
Bridging the Missing Links in Odisha

ରାଜ୍ୟରେ କରୋନା : ୨୨୭୫ ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ୨୪ଘଣ୍ଟାରେ ୨୨୭୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୧୮ ଜଣ କ୍ୱାରେଣ୍ଟାଇନ୍‌ରେ ଓ ୯୫୭ ହେଉଛି ଲୋକାଲ୍ କେସ୍‌।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୩୬ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧୧ଜଣ, ବରଗଡ଼ ଜିଲ୍ଲାରୁ ୬୪ଜଣ, ଭଦ୍ରକ ଜିଲ୍ଲାରୁ ୫୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୭୭ଜଣ, ବୌଦ୍ଧ ଜିଲ୍ଲାରୁ ୨୧ଜଣ, କଟକ ଜିଲ୍ଲାରୁ ୧୪୪ଜଣ, ଦେଓଗଡ଼ ଜିଲ୍ଲାରୁ ୧୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୭ଜଣ, ଗଜପତି ଜିଲ୍ଲାରୁ୬ଜଣ, ଗଞ୍ଜାମ ଜିଲ୍ଲାରୁ ୩୬ଜଣ, ଜଗତସିଂହପୁର ଜିଲ୍ଲାରୁ ୫୫ଜଣ, ଯାଜପୁର ଜିଲ୍ଲାରୁ ୮୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୦୦ଜଣ, କଳାହାଣ୍ଡି ଜିଲ୍ଲାରୁ ୬୪ଜଣ କନ୍ଧମାଳ ଜିଲ୍ଲାରୁ ୫୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬୮ଜଣ, କେନ୍ଦୁଝର ଜିଲ୍ଲାରୁ ୩୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୬୪ଜଣ, କୋରାପୁଟ ଜିଲ୍ଲାରୁ ୩୯ଜଣ, ମାଲକାନଗିରି ଜିଲ୍ଲାରୁ ୫୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୯ଜଣ, ନୟାଗଡ଼ ଜିଲ୍ଲାରୁ ୩୧ଜଣ, ନୂଆପଡା ଜିଲ୍ଲାରୁ ୬୯ଜଣ, ପୁରୀ ଜିଲ୍ଲାରୁ ୭୧ଜଣ, ରାୟଗଡ଼ା ଜିଲ୍ଲାରୁ ୩୩ଜଣ, ସମ୍ବଲପୁର ଜିଲ୍ଲାରୁ ୫୬ଜଣ, ସୋନପୁର ଜିଲ୍ଲାରୁ ୫୦ଜଣ, ସୁରନ୍ଦରଗଡ଼ ଜିଲ୍ଲାରୁ ୧୫୦ଜଣ, ଷ୍ଟେଟ୍‌ ପୁଲ୍‌ରୁ ୬୭ଜଣ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୫୬୯୩୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୫୬୩୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୩୦୧୯୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୩୮୩୬୮୨୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।

Comments are closed.