Odisha Link
Bridging the Missing Links in Odisha

ରାଜଧାନୀରେ ଆଉ ୨୮୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀ ଚିହ୍ନଟ ହେଲେ ଆଉ ୨୮୧ ଜଣ କରୋନା ପଜିଟିଭ୍। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୮୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୯୨ ଜଣ ଚିହ୍ନଟ ହୋଇଛନ୍ତି। ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୬୦୧୬ରେ ପହଞ୍ଚିଛି। ଆଜି ୩୧୫ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ ,ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୬୦୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୨୨ ଜଣଙ୍କର ମୃତ୍ୟୁ ଘଟିଛି। ୩୩୪୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୨୫୨୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Comments are closed.