ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତ ମୃତ

ଭୁବନେଶ୍ବର: ରାଜ୍ୟରେ କରୋନା ସ୍ଥିତି ଦିନକୁ ଦିନ ବିଗିଡିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୭୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ମୃତକଙ୍କ ମଧ୍ୟରୁ କଟକ ଜିଲାରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ଯାଇଥିବା ବେଳେ ବୌଦ୍ଧ, ଭୁବନେଶ୍ୱର, କଳାହାଣ୍ଡି, ରାୟଗଡ଼ା, ଯାଜପୁର, ବାଲେଶ୍ୱର, ଗଞ୍ଜାମ, କେନ୍ଦ୍ରାପଡ଼ା, କନ୍ଧମାଳ, ପୁରୀ, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୫୯୫୪୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୫୪୨୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୩୨୯୮୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୧୦୭୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି।