Odisha Link
Bridging the Missing Links in Odisha

କରୋନା ନେଲା ଆଉ ୧୭ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ସ୍ଥିତି ଦିନକୁ ଦିନ ବିଗିଡିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୮୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

୧୭ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, କଟକ, ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ, ଗଞ୍ଜାମ ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ବୌଦ୍ଧ, ଯାଜପୁର, କଳାହାଣ୍ଡି ଏବଂ ନୟାଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୬୨୦୧୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୫୧୦୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୩୫୭୬୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।