Odisha Link
Bridging the Missing Links in Odisha

୧୯ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର: ସାରା ରାଜ୍ୟରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଅକ୍ଟୋବର ୧୯ରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ନେଇ ପୂର୍ବାନୁମାନ ହୋଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ତାଜା ସୂଚନା ଦିଆଯାଇଛି।

ଏବେ ଲଘୁଚାପ ପ୍ରଭାବରେ ରାଜ୍ୟରେ ସାରା ଲଗାଣ ବର୍ଷା ଜାରି ରହିଛି। ତୁହାକୁ ତୁହା ବର୍ଷା ହେବା ଫଳରେ ଜନଜୀବନ ପ୍ରଭାବିତ ହୋଇଛି। ବିଶେଷ କରି ଆଜି ଢ଼େଙ୍କାନାଳ, କେନ୍ଦୁଝର, କଟକ, ଖୋର୍ଦ୍ଧା ଓ ପୁରୀ ଜିଲ୍ଳାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ହେବାର ସମ୍ଭାବନା ରହିଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଏହି ପାଂଚଟି ଜିଲ୍ଲାରେ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି।

ଏଥିସହ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ଗଞ୍ଜାମ, ନୟାଗଡ, ଦେବଗଡ ଓ ଅନୁଗୁଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଯେକୌଣସି ପ୍ରକାର ପ୍ରାକୃତିକ ବିପର୍ୟ୍ୟୟର ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି।

Comments are closed.