Odisha Link
Bridging the Missing Links in Odisha

ଆହୁରି ବର୍ଷିବ, ୫ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ଲଗାଣ ବର୍ଷା। ତୁହାକୁ ତୁହା ବର୍ଷା ଲାଗି ରହିଛି ଫଳରେ ଜନଜୀବନ ପ୍ରଭାବିତ ହୋଇଛି। ଆହୁରି ୨୪ ଘଣ୍ଟା ଯାଏଁ ଲାଗି ରହିବ ବୋଲି ଆକଳନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର।

ବିଶେଷ କରି ଆଜି ଢ଼େଙ୍କାନାଳ, କେନ୍ଦୁଝର, କଟକ, ଖୋର୍ଦ୍ଧା ଓ ପୁରୀ ଜିଲ୍ଳାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ହେବାର ସମ୍ଭାବନା ରହିଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଏହି ୫ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ଗଞ୍ଜାମ, ନୟାଗଡ, ଦେବଗଡ ଓ ଅନୁଗୁଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

ଏଥିସହ ସୁନ୍ଦରଗଡ, ସମ୍ବଲପୁର, ବୌଦ୍ଧ, କନ୍ଧମାଳ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହାର ପ୍ରଭାବରେ ତଳିଆ ଅଂଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି। ମାଟି ଘର ଭାଙ୍ଗିବା ସହ ରାସ୍ତା ଧୋଇଯିବାର ଆଶଙ୍କା ଥିବାରୁ ସମ୍ପୃକ୍ତ ଜିଲ୍ଳାର ଜିଲ୍ଳାପାଳମାନେ ପଦକ୍ଷେପ ନେବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଯେକୌଣସି ପ୍ରକାର ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି।

Comments are closed.