Odisha Link
Bridging the Missing Links in Odisha

ଚଳିତ ବର୍ଷ ଜନ୍ମ ଦିନ ପାଳିବେନି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମ ଦିବସ। କାଲି ୭୫ ବର୍ଷ ବୟସରେ ପଦାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମାତ୍ର ଚଳିତ ବର୍ଷ ଜନ୍ମ ଦିନ ପାଳିବେ ନାହିଁ ମୁଖ୍ୟମନ୍ତ୍ରୀ।

କୋଭିଡ଼ ସକ୍ରମଣକୁ ଦୃଷ୍ଟିରେ ରଖି ନିଜ ଜନ୍ମ ଦିନ ପାଳନ କରିବେ ନାହିଁ ମୁଖ୍ୟମନ୍ତ୍ରୀ। ଏନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡିଶା ବାସୀଙ୍କ ଭଲ ପାଇବା ଓ ଶୁଭେଚ୍ଛା ନିମନ୍ତେ ସେ ସବୁବେଳେ ଋଣୀ। ଗତ ଆଠ ମାସ ହେଲା କୋଭିଡ଼ ଯୋଗୁଁ ସମସ୍ତେ କଠିନ ସମୟ ଦେଇ ଗତି କରୁଛନ୍ତି। ତେଣୁ ଆଗାମୀ କାଲି ନବୀନ ନିବାସ ନ ଆସି ଗରିବ ଲୋକଙ୍କୁ ସାହାଯ୍ୟ କରିବା, ରକ୍ତ ଦାନ କରିବା ଏବଂ ପ୍ଲାଜମା ଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣକୁ ନିବେଦନ କରିଛନ୍ତି।

Comments are closed.