ଦେଶରେ କରୋନା: ୨୪ ଘଣ୍ଟାରେ ୬୩୩୭୧ ଆକ୍ରାନ୍ତ, ୮୯୫ ମୃତ

ନୂଆଦିଲ୍ଲୀ: ଦେଶରେ ଏବେ କରୋନା ପଜିଟିଭିଙ୍କ ସଂଖ୍ୟା ଓ ମୃତକଙ୍କ ସଂଖ୍ୟାରେ ହ୍ରାସ ପାଉଥିବା ଦେଖିବାକୁ ମିଳିଛି। ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୨ ହଜାର ୨୬୧ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ୬୩, ୩୭୧ ଆକ୍ରାନ୍ତଙ୍କ ଚିହ୍ନଟ ହୋଇଥିବା ବେଳେ ୮୯୫୦ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।
ବର୍ତ୍ତମାନ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୩ ଲକ୍ଷ ୭୦ ହଜାର ୪୬୯କୁ ବୃଦ୍ଧି ପାଇ ଥିବା ବେଳେ ୮,୦୪,୫୨୮ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୬୪,୫୩,୭୭୯ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।