Odisha Link
Bridging the Missing Links in Odisha

ଉପନିର୍ବାଚନ: ତିର୍ତ୍ତୋଲରେ ୮ ଓ ବାଲେଶ୍ୱରରେ ନାମାଙ୍କନ ଭରିଲେ ୯ ପ୍ରାର୍ଥୀ

ଭୁବନେଶ୍ବର: ତିର୍ତ୍ତୋଲ ଓ ବାଲେଶ୍ବର ଉପନିର୍ବାଚନ ପାଇଁ ରାଜନୀତି ସରଗରମ ହୋଇଥିବା ବେଳେ ପ୍ରଚାର ମଧ୍ୟ ଜମୁଛି। ଆଉ ଏହାରି ଭିତରେ ସାମ୍ବାଦିକ ସମ୍ମିଳନୀରେ ନିର୍ବାଚନ ନେଇ ବିସ୍ତୃତ ତଥ୍ୟ ରଖିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନୀ। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା ଅନୁଯାୟୀ, ଆଜି ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ ଥିବା ବେଳେ ତିର୍ତ୍ତୋଲରେ ମୋଟ୍ ୮ଜଣ ପ୍ରାର୍ଥୀ, ସେମାନଙ୍କର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ସେହିପରି ବାଲେଶ୍ୱରରେ ୯ଜଣ ପ୍ରାର୍ଥୀ ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି।

କରୋନା ମହାମାରୀ ଭିତରେ ପ୍ରଥମ ଥର ପାଇଁ ନିର୍ବାଚନ ହେବାକୁ ଯାଉଥିବା ବେଳେ, ୮୦ ବର୍ଷରୁ ଅଧିକ ଭୋଟର, ଭିନ୍ନକ୍ଷମ ଏବଂ ସଂଗରୋଧରେ ଥିବା ଲୋକଙ୍କ ପାଇଁ ପୋଷ୍ଟାଲ ବାଲାଟରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଥିବା ସୂଚନା ଦେଇଛନ୍ତି, ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନୀ।

Comments are closed.