Odisha Link
Bridging the Missing Links in Odisha

ବିଜେପି ପକ୍ଷରୁ ୩୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା

ଭୁବନେଶ୍ୱର: ବାଲେଶ୍ୱର ଓ ତିର୍ତୋଲ ଉପନିର୍ବାଚନ ପ୍ରଚାର ପାଇଁ ବିଜେପି ପକ୍ଷରୁ ୩୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରାଯାଇଛି । ଏହି ତାଲିକାରେ ରାଜ୍ୟ ସଭାପତି ସମୀର ମହାନ୍ତି, ସାଂସଦ ଜୁଏଲ ଓରାମ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀ, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ, ରାଷ୍ଟ୍ରୀୟ ଯୁଗ୍ମ ସାଧାରଣ ସଂପାଦକ ସୌଦାନ ସିଂ, ରାଷ୍ଟ୍ରୀୟ ସାଧାରଣ ସଂପାଦକ ତଥା ଓଡିଶା ପ୍ରଭାରୀ ଓ ସାଂସଦ ଅରୁଣ ସିଂ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ସାଂସଦ ସୁରେଶ ପୂଜାରୀ, ପୂର୍ବତନ ମନ୍ତ୍ରୀ କେ.ଭି ସିଂହଦେଓ ଓ ମନମୋହନ ସାମଲ, ରାଷ୍ଟ୍ରୀୟ ସଂପାଦକ ଓ ସାଂସଦ ବିଶେଶ୍ୱର ଟୁଡୁ, ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର, ରାଷ୍ଟ୍ରୀୟ ପ୍ରବକ୍ତା ଓ ସାଂସଦ ଅପରାଜିତା ଷଡଙ୍ଗୀ, ସାଂସଦ ଅଶ୍ୱିନୀ ବୈବିଷ୍ଣବ, ବିରୋଧୀ ଦଳ ଉପନେତା ବିବିଷ୍ଣୁ ସେଠୀ, ବରିଷ୍ଠ ନେତା ବିଜୟ ମହାପାତ୍ର, ପୂର୍ବତନ ସାଂସଦ ଖାରବେଳ ସ୍ୱାଇଁ, ବରିଷ୍ଠ ନେତା ପ୍ରକାଶ ମିଶ୍ର, ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀ, ବିଧାୟକ ସୁକାନ୍ତ ନାଏକ, ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତି, ବରିଷ୍ଠ ନେତା ପଦ୍ମଲୋଚନ ପଣ୍ଡା, ଜୟନାରାୟଣ ମହାନ୍ତି, ରାଜ୍ୟ ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ, ଗୋଲକ ମହାପାତ୍ର ଓ ଲେଖାଶ୍ରୀ ସାମନ୍ତସିଂହାର, ରାଜ୍ୟ ଉପସଭାପତି ଭୃଗୁ ବକ୍ସିପାତ୍ର, ଅନୁସୂଚିତ ଜାତି ମୋର୍ଚ୍ଚା ରାଜ୍ୟ ସଭାପତି ବିଭୁ ତରାଇ ପ୍ରମୁଖ ସାମିଲ ଅଛନ୍ତି ।

Comments are closed.