Odisha Link
Bridging the Missing Links in Odisha

ରାଜ୍ୟରେ ଆଉ ୧୭ କରୋନା ରୋଗୀ ମୃତ୍ୟୁ

ଭୁବନେଶ୍ୱର: ଦିନକୁ ଦିନ କରୋନା ଆକ୍ରାନ୍ତ ବଢ଼ିବାରେ ଲାଗିଛି । ଆଜି ରାଜ୍ୟରେ ୧୭ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ମୋଟ ମୃତକଙ୍କ ସଂଖ୍ୟା ୧୧୨୧ ଛୁଇଁଛି।

ଭୁବନେଶ୍ୱରରୁ ସର୍ବାଧିକ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ କଟକରୁ ୨ ଜଣ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି।ବଲେଶ୍ବର, ଜଗତସିଂହପୁର, ଖୋର୍ଦ୍ଧା ,ମୟୁରଭଞ୍ଜ, ନୟାଗଡ଼, ପୁରୀ , ରାଉରକେଲା,ସମ୍ବଲପୁର, କନ୍ଧମାଳ, କେଉଁଝର ରୁ ଜଣେ ଲେଖାଏଁ ରହିଛନ୍ତି ।

ଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୬୬୩୪୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁଟି ଆକ୍ଟିଭ୍‌ କେସ୍‌ ୨୩୭୮୬ ରହିଥିବା ବେଳେ ୨୪୧୩୮୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୪୦୦୧୦୬୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।