Odisha Link
Bridging the Missing Links in Odisha

ମୁଖ୍ୟମନ୍ତ୍ରୀଙ୍କୁ କଳା ପତାକା ପ୍ରଦର୍ଶନ

ପୁରୀ: ଆଜି ପୁରୀ ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ କଳା ପତାକା ପ୍ରଦର୍ଶନ କରାଯାଇଛି। ଅଠରନଳା ନିକଟରେ ୧୦ରୁ ଅଧିକ ଯୁବକ ମୁଖ୍ୟ ମନ୍ତ୍ରୀଙ୍କୁ କଳା ପତାକା ପ୍ରଦର୍ଶନ କରିଛନ୍ତି। କଳା ପତାକା ଧରି କାର୍‌ କେଡ୍‌ ସାମ୍ନାକୁ ପଶିଆସିଥିଲେ ଯୁବକ। ରାସ୍ତା ଉପରେ ବିକ୍ଷୋଭକାରୀଙ୍କ ସହ ପୋଲିସର ଧସ୍ତାଧସ୍ତି ହୋଇଥିଲା। ପରେ ବିକ୍ଷୋଭକାରୀଙ୍କୁ କାବୁ କଲା କରାଯାଇ ଆଗକୁ ବଢ଼ିଥିଲା ମୁଖ୍ୟମନ୍ତ୍ରୀଙ୍କ ଗାଡ଼ି। କଳାପତାକା ପ୍ରଦର୍ଶନକାରୀ ଯୁବ କଂଗ୍ରେସ କର୍ମୀ ହୋଇଥିବା ସୂଚନା ମିଳିଛି।

ପ୍ରକାଶ ଯେ, ପୁରୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶ୍ରୀମନ୍ଦିର ଚତୁଃପାର୍ଶ୍ବର ବିକାଶ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ସମୀକ୍ଷା କରିବା କାର୍ଯ୍ୟକ୍ରମ ରହିଛି। ପୁରୀରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ଚଉହଦୀରେ ହୋଇଥିବା ବିଭିନ୍ନ କାର୍ଯ୍ୟ ବୁଲି ଦେଖିଥିଲେ। ଏହାପରେ ସମୀକ୍ଷା କାର୍ଯ୍ୟକ୍ରମ ରହିଛି। ରାଜ୍ୟ ସରକାରଙ୍କ ଉନ୍ନୟନ କମିସନର, ପୁରୀ ଶ୍ରୀମନ୍ଦିର ମୁଖ୍ୟପ୍ରଶାସକ, ପୁରୀ ଜିଲ୍ଲାପାଳ ଏବଂ ବହୁ ବରିଷ୍ଠ ଅଧିକାରୀ ସେଠାରେ ଉପସ୍ଥିତ ଅଛନ୍ତି।

Comments are closed.