Odisha Link
Bridging the Missing Links in Odisha

ପୁରୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ପୁରୀ: ଆଜି ପୁରୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶ୍ରୀମନ୍ଦିର ଚତୁଃପାର୍ଶ୍ବର ବିକାଶ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ସମୀକ୍ଷା କରିବା କାର୍ଯ୍ୟକ୍ରମ ରହିଛି। ପୁରୀରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ଚଉହଦୀରେ ହୋଇଥିବା ବିଭିନ୍ନ କାର୍ଯ୍ୟ ବୁଲି ଦେଖିଥିଲେ। ଏହାପରେ ସମୀକ୍ଷା କାର୍ଯ୍ୟକ୍ରମ ରହିଛି । ରାଜ୍ୟ ସରକାରଙ୍କ ଉନ୍ନୟନ କମିସନର, ପୁରୀ ଶ୍ରୀମନ୍ଦିର ମୁଖ୍ୟପ୍ରଶାସକ, ପୁରୀ ଜିଲ୍ଲାପାଳ ଏବଂ ବହୁ ବରିଷ୍ଠ ଅଧିକାରୀ ସେଠାରେ ଉପସ୍ଥିତ ଅଛନ୍ତି।

ମିଳିଥିବା ସୂଚନା ଅନୁସାରେ, ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ଗତ ଜାନୁଆରି ୧୬ରେ ଶେଷଥର ଲାଗି ଶ୍ରୀମନ୍ଦିର ଆସିଥିଲେ। ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଥିଲେ। ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସିଂହଦ୍ୱାରରେ ଦ୍ୱୀପ ପ୍ରଜ୍ଜ୍ବଳନ କରିଥିଲେ । ଏହାପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ନବବର୍ଷର ଅଭିନନ୍ଦନ ଜଣାଇବା ସହିତ କହିଥିଲେ ଯେ ସେ ମହାପ୍ରଭୁଙ୍କ ଦର୍ଶନ କରି ଖୁବ୍ ଖୁସି। ଏଥିସହ ଆଗକୁ ପୁରୀକୁ ଆହୁରି ସୁନ୍ଦର କରାଯିବ ବୋଲି ସେ ଘୋଷଣା କରିଥଲେ । ସେଦିନ ସେ ଶ୍ରୀମନ୍ଦିରର ସୌନ୍ଦର୍ଯ୍ୟକରଣ କାମର ସମୀକ୍ଷା କରିଥିଲେ। ଗତ ଜାନୁଆରି ୧୬ରେ ଶ୍ରୀଜିଉଙ୍କ ଦର୍ଶନ ସାରି ମନ୍ଦିର ଭିତରେ ପ୍ରାୟ ୨୦ମିନିଟ୍ ସମୟ ରହିବା ପରେ ମୁଖ୍ୟମନ୍ତ୍ରୀ ପୁରୀ ମୁନସିପାଲିଟି ମାର୍କେଟରେ ପହଞ୍ଚି ଶ୍ରୀକ୍ଷେତ୍ରର ନବକଳେବର ପାଇଁ ୫୧୦ କୋଟି ଟଙ୍କା ଖର୍ଚ୍ଚରେ ନିର୍ମାଣ ହେବାକୁ ଥିବା ୭ଟି ପ୍ରକଳ୍ପର ଶିଳାନ୍ୟାସ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ୫‘ଟି’ ସଚିବ ଭି କେ ପାଣ୍ଡିଆନ୍ ମଧ୍ୟ ପୁରୀ ଗସ୍ତରେ ଯାଇଥିଲେ।

Comments are closed.