Odisha Link
Bridging the Missing Links in Odisha

ଭୁବନେଶ୍ୱରରୁ ଆଜି ୨୧୬ କରୋନା ପଜିଟିଭ୍‌ ଚିହ୍ନଟ, ସୁସ୍ଥ ହେଲେ ୩୦୭

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ୱରରୁ ମୋଟ୍‌ ୨୧୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ୫୫ ଜଣ ସଂଗରୋଧ ଓ ୧୬୧ ଜଣ ସ୍ଥାନୀୟ ଅଞ୍ଚଳରୁ ଅଛନ୍ତି। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ଭୁବନେଶ୍ୱରରୁ ଆଜି ୩୦୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ମିଳିଥିବା ସୂଚନା ଅନୁସାରେ ଭୁବନେଶ୍ୱରରୁ ଆଜି ପର୍ଯ୍ୟନ୍ତ ୨୬ ହଜାର ୯୯୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରୁ ୨୩ ହଜାର ୮୩୦ ଜଣ ସୁସ୍ଥ ହୋଇସାରିଛନ୍ତି। ଏବେ ୩୦୧୧ ଜଣ ଆକ୍ରାନ୍ତ ସକ୍ରିୟ ଥିବା ବେଳେ ୧୩୩ ଜଣଙ୍କର ମୃତ୍ୟୁ ହୋଇଛି।ସଂଗରୋଧରୁ ଚିହ୍ନଟ କରୋନା ପଜିଟିଭ ବ୍ୟକ୍ତିମାନେ ପୂର୍ବରୁ ଆକ୍ରାନ୍ତ ହୋଇଥିବା ରୋଗୀଙ୍କ ସଂସ୍ପର୍ଶରେ ଆସିଥିଲେ। ଆଜି ଚନ୍ଦ୍ରଶେଖରପୁରରୁ ୧୧ଜଣ, ୟୁନିଟ-୯ରୁ ୧୦ଜଣ, ପଟିଆରୁ ୧୦ଜଣ, ଖଣ୍ଡଗିରିରୁ ୭ଜଣ, ଲକ୍ଷ୍ମୀସାଗରରୁ ୭ଜଣ, ବମିଖାଲରୁ ୬ଜଣ, ଝାରପଡ଼ାରୁ ୫ଜଣ କରୋନା ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି |

Comments are closed.