Odisha Link
Bridging the Missing Links in Odisha

ଆଉ ଏକ ଲଘୁଚାପ: ୧୯ରୁ ୨୧ ବର୍ଷା !

ଭୁବନେଶ୍ବର: ଆସନ୍ତା ୧୯ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ୨୦ତାରିଖ ଭିତରେ ଏହା ଅଧିକ ଘନୀଭୂତ ହେବ। ଏହାର ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ୧୯ରୁ ୨୧ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ପୂର୍ବାନୁମାନ କରାଯାଇଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି।

ଏହାର ୨୪ ଘଣ୍ଟା ଭିତରେ ଲଘୁଚାପଟି ଅଧିକ ଘନୀଭୂତ ହୋଇ ଆହୁରି ସ୍ପଷ୍ଟ ଚିହ୍ନିତ ଚିହ୍ନିତ ‌ହେବାର ସମ୍ଭାବନା ରହିଛି। ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ଦକ୍ଷିଣ ଓ ଉତ୍ତର ଉପକୂଳ ଓଡ଼ିଶା‌ରେ ଅଧିକ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଉଛି। ୧୯ ତାରିଖରୁ ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ। ଏହି ସମୟରେ ସମୁଦ୍ରକୂଳିଆ ଅଞ୍ଚଳରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ଆଶଙ୍କା ଥିବାରୁ ସମୁଦ୍ର ଅଶାନ୍ତ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ତେଣୁ ୧୯ ଓ ୨୦ ତାରିଖରେ ସମୁଦ୍ର ଭିତରକୁ ଯିବାକୁ ମତ୍ସଜୀବୀମାନଙ୍କୁ ବାରଣ କରିଛି କେନ୍ଦ୍ର।

Comments are closed.