Odisha Link
Bridging the Missing Links in Odisha

କାଲିଠୁ ୨୩ ଯାଏଁ ବର୍ଷା ଓ ବଜ୍ରପାତ ଆଶଙ୍କା, ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆସନ୍ତାକାଲି ଠାରୁ ୨୩ ତାରିଖ ଯାଏଁ ବର୍ଷା ହେବା ନେଇ ଆଶଙ୍କା। ଏନେଇ ଆସନ୍ତା ଉପକୂଳ ଓଡ଼ିଶା ସମେତ ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମୟୂରଭଞ୍ଜ, ଢେଙ୍କାନାଳ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ପ୍ରଦାନ କରାଯାଇଛି।

ଆସନ୍ତା ୨୩ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ ଯୋଗୁଁ ସମୁଦ୍ର ଅଶାନ୍ତ ରହିବ ତେଣୁ କାଲି ଠାରୁ ୨୨ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।

Comments are closed.