Odisha Link
Bridging the Missing Links in Odisha

ସମ୍ଭାବ୍ୟ ବନ୍ୟା ମୁକାବିଲା ପାଇଁ ଜଳ ସମ୍ପଦ ବିଭାଗ ସଜାଗ

ଭୁବନେଶ୍ୱର: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ଯୋଗୁଁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟରେ ସମ୍ଭାବ୍ୟ ବନ୍ୟା ମୁକାବିଲା ପାଇଁ ଜଳ ସମ୍ପଦ ବିଭାଗ ପ୍ରସ୍ତୁତ ରହିଛି। ଜଳସମ୍ପଦ ବିଭାଗର ପ୍ରସ୍ତୁତି ନେଇ ସର୍ବୋଚ୍ଚ ଯନ୍ତ୍ରୀ ଜ୍ୟୋତିର୍ମୟ ରଥ ସୂଚନା ଦେଇ କହିଛନ୍ତି ଯେ, ବଂଶଧାରା, ନାଗାବଳୀ ଓ ଋଷିକୂଲ୍ୟା ରିଜର୍ଭୟରୁ ଜଳ ଖାଲି କରାଯାଇଛି। ଜଳସ୍ତର ୮୦%ରୁ କମାଇ ୬୫ରୁ ୭୦% ରଖାଯାଇଛି। ୮ଟି ଜିଲ୍ଲାରେ ନୋଡାଲ ଅଫିସର ନିଯୁକ୍ତି କରାଯାଇଛି। ଏଥସହ ନଦୀବନ୍ଧ ଦୁର୍ବଳ ଥିବା ସ୍ଥାନାରେ ପ୍ରତିକାର ଲାଗି ସରଞ୍ଜାମ ପ୍ରସ୍ତୁତ ରଖାଯାଇଛି ବୋଲି ସର୍ବୋଚ୍ଚ ଯନ୍ତ୍ରୀ ଜ୍ୟୋତିର୍ମୟ ରଥ ସୂଚନା ଦେଇଛନ୍ତି।

ସୃଷ୍ଟ ଲଘୁଚାପ ପାଇଁ କାଲି ଠାରୁ ୨୩ ତାରିଖ ଯାଏଁ ବର୍ଷା ହେବ। ଓଡ଼ିଶା ସମେତ ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମୟୂରଭଞ୍ଜ, ଢେଙ୍କାନାଳ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ପ୍ରଦାନ କରାଯାଇଛି। ସମୁଦ୍ର ଅଶାନ୍ତ ରହିବା କାରଣରୁ କାଲି ଠାରୁ ୨୨ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।

Comments are closed.