Odisha Link
Bridging the Missing Links in Odisha

ରାଜ୍ୟରେ ଆଉ ୧୭ ମୁଣ୍ଡ ନେଲା କରୋନା

ଭୁବନେଶ୍ବର: ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଳାଗିଛି। ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୫୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

୧୭ ମୃତକଙ୍କ ମଧ୍ୟରୁ କଟକ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏଁ, ବଲାଙ୍ଗୀର, ଝାରସୁଗୁଡା, ସୁବର୍ଣ୍ଣପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, ବରଗଡ, ବୌଦ୍ଧ, ଜଗତସିଂହପୁର, ମୟୁରଭଞ୍ଜ ଏବଂ ନୂଆପଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୭୦୩୪୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୨୩୦୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୪୬୮୩୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।