Odisha Link
Bridging the Missing Links in Odisha

ଦେଶରେ କରୋନା: ୨୪ ଘଣ୍ଟାରେ ୫୫୭୨୨ ଆକ୍ରାନ୍ତ, ୫୭୯ ମୃତ

ନୂଆଦିଲ୍ଲୀ: ଦେଶରେ ଏବେ କରୋନା ପଜିଟିଭିଙ୍କ ସଂଖ୍ୟା ଓ ମୃତକଙ୍କ ସଂଖ୍ୟାରେ ହ୍ରାସ ପାଉଥିବା ଦେଖିବାକୁ ମିଳିଛି। ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୪ ହଜାର ୬୧୦ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ୫୫,୭୨୨ ଆକ୍ରାନ୍ତଙ୍କ ଚିହ୍ନଟ ହୋଇଥିବା ବେଳେ ୫୭୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ବର୍ତ୍ତମାନ ଦେଶରେ ୭,୭୨,୦୫୫ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୬୬,୬୩,୬୦୮ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

Comments are closed.