Odisha Link
Bridging the Missing Links in Odisha

ରାଜଧାନୀରୁ ଆଉ ୨୨୯ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀରେ ଗତ ୧୫ ଦିନ ହେବ କରୋନା  ପଜିଟିଭ ସଂକ୍ରମଣ କମିବାରେ ଲାଗିଛି। ଆଜି ଭୁବନେଶ୍ୱରରୁ ୨୨୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୪୭ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୮୨ ଜଣ ଚିହ୍ନଟ ହୋଇଛନ୍ତି। ଏଥିସହ ଆଜି ୩୦୮ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି।

ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୭ ହଜାର ୬୭୦ କୁ ବୃଦ୍ଧି ପାଇଛି। ମୋଟ ୨୭ ହଜାର ୬୭୦ ପଜିଟିଭ ମଧ୍ୟରୁ ୧୪୨୭ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୨୪ ହଜାର ୭୮୫ ଜଣ ସୁସ୍ଥ ଓ ୨,୭୪୯ ଜଣ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.