Odisha Link
Bridging the Missing Links in Odisha

ଗୁଣପୁର ତହସିଲଦାର ନିଲମ୍ବିତ

ଗୁଣପୁର: ରାୟଗଡା ଜିଲ୍ଲା ଗୁଣପୁର ତହସିଲଦାର ଲକ୍ଷ୍ମୀ ନାରାୟଣ ସାବତ ନିଲମ୍ବିତ ହୋଇଛନ୍ତି। କାର୍ଯ୍ୟରେ ଅବହେଳା ପାଇଁ ତାଙ୍କୁ ନିଲମ୍ବିତ କରିଛନ୍ତି ରାଜ୍ୟ ସରକାର। ଗତ ଶୁକ୍ରବାର ଦିନ ଓକିଲଗୁଡା ପଥର ଖାଦାନରେ ବିସ୍ଫୋରଣ ଘଟି ତିନି ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ସେହି ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ତାଙ୍କୁ ନିଲମ୍ବିତ କରାଯାଇଥିବା ଜଣାପଡିଛି।

ପ୍ରକାଶ ଯେ, ରାୟଗଡା ଓକିଲଗୁଡା ପଥର ଖାଦାନରେ ପଥର ଫଟାଇବା ବେଳେ ବଡ଼ ଧରଣର ବିସ୍ଫୋରଣ ହୋଇଥିଲା। ବିସ୍ଫୋରଣରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଗୁରୁତର ହୋଇଥିଲେ। ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ରହିଥିଲ।

Comments are closed.