Odisha Link
Bridging the Missing Links in Odisha

ଉପକୂଳରେ ବର୍ଷିବ: ଅଇଏମଡି ଡିଜି

ଭୁବନେଶ୍ବର: ବଙ୍ଗୋପସାଗରରେ ଓ୍ବେଲ ମାର୍କଡ ଲୋ ପ୍ରେସର ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ଉପକୂଳ ଓଡ଼ିଶାରେ ବର୍ଷା ନେଇ ସୂଚନା ଦେଇଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ଡିଜିଙ୍କ ସୂଚନା ଅନୁଯାୟୀ, ଆଜି ଓ ଆସନ୍ତାକାଲି କେବଳ ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ବର୍ଷା ହେବ। କାଲି ବର୍ଷାର ପରିମାର ଅଧିକ ହେବାର ସମ୍ଭାବନା ରହିଛି। ୪୦ରୁ ୫୦ କିମି ବେଗରେ ପବନ ବହିବ। ଅତିବେଶିରେ ୫୫ ଛଇଁବ। ସମୁଦ୍ର ଅଶାନ୍ତ ରହିବାକୁ ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି।

ପ୍ରକାଶ ଯେ, କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ହୋଇଛି। ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତନ ଠାରୁ ବାୟୁମଣ୍ଡଳରେ ୭.୬ କିଲୋମିଟର ଉଚ୍ଚତା ଯାଏଁ ବ୍ୟାପି ଯାଇଛି। ଏହି ଅଞ୍ଚଳରେ ସୃଷ୍ଟ ଲଘୁଚାପ ଆଗାମୀ ୨୪ ଘଣ୍ଟାରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଅନ୍ଧ୍ର ଉପକୂଳରେ ଘନୀଭୂତ ହୋଇ ୱେଲମାର୍କ ଲୋ ପ୍ରେସରରେ ପରିଣତ ହେବ।

ଉତ୍ତର ଓ ଉତ୍ତର ପୂର୍ବ ଦିଗରେ ଗତି କରି ପରବର୍ତି ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଓଡିଶା ପଶ୍ଚିମବଙ୍ଗ ଉପକୂଳରେ ଘନୀଭୂତ ହୋଇ ଅବପାତର ରୂପ ନେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ କିଛି ଜିଲ୍ଲାରେ ବର୍ଷା ଜାରି ରହିଥିବା ସୂଚନା ମିଳିଛି।

Comments are closed.