Odisha Link
Bridging the Missing Links in Odisha

କାଲି ସ୍ଥଳଭାଗ ଛୁଇଁବ ଗଭୀର ଅବପାତ

ଭୁବନେଶ୍ୱର: ବଙ୍ଗୋପସାଗରରେ ସକ୍ରିୟ ଅବପାତ ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବ। ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଭୀର ଅବପାତ ରୂପ ନେବ। ଗଭୀର ଅବପାତରେ ପରିଣତ ହୋଇ ଉତ୍ତର-ଉତ୍ତର ପୂର୍ବରେ ଗତି କରିବ। ଆସନ୍ତାକାଲି ଅପରାହ୍ଣରେ ଗଭୀର ଅବପାତ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି। ସାଗର ଦ୍ୱୀପପୁଞ୍ଜ ଓ ବାଂଲାଦେଶ ଖେପୁପଡ଼ା ମଧ୍ୟରେ ଗଭୀର ଅବପାତ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି।

ଗଭୀର ଅବପାତ ନେଇ ଆଇଏମଡି ଡିଜି ମୃତୁ୍ୟଞ୍ଜୟ ମହାପାତ୍ର ସୂଚନା ଦେଇ କହିଥିଲେ ଯେ, ବଙ୍ଗୋପସାଗରରେ ୱେଲମାର୍କଡ ଲଘୁଚାପ ଅବପାତରେ ପରିଣତ ପରେ ଉପକୂଳ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏଥିସହ ଗ୍ରାମାଞ୍ଚଳରେ ତଳିଆ ଅଞ୍ଚଳ ଜଳମଗ୍ନ ହେବାର ସମ୍ଭାବନା ରହିଛି। ପୌରାଞ୍ଚଳରେ ମଧ୍ୟ ଡ୍ରେନେଜକୁ ନେଇ ସମସ୍ୟା ହୋଇପାରେ। ବିଶେଷ କରି ସମୁଦ୍ରକୁ ଲାଗିଥିବା ଅଞ୍ଚଳ ବେଶି ପ୍ରଭାବିତ ହେବ। ସମୁଦ୍ରରେ ଏହାର ପ୍ରଭାବ ବେଶି ରହିବାକୁ ଥିବାବେଳେ ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ଯିବାକୁ ବାରଣ କରାଯାଇଛି। ଏଥିସହ ଓଡ଼ିଶାର ସବୁ ବନ୍ଦରକୁ ୩ ନଂ ସତର୍କ ସଙ୍କେତ ଜାରି କରାଯାଇଛି ବୋଲି ଆଇଏମଡି ଡିଜି ମୃତୁ୍ୟଞ୍ଜୟ ମହାପାତ୍ର କହିଥିଲେ।

Comments are closed.