Odisha Link
Bridging the Missing Links in Odisha

ଆଜି ଅବପାତର ରୂପ ନେବ ଲଘୁଚାପ, ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ଦୁଇ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ ୱେଲମାର୍କର ରୂପ ନେଇ ଅଧିକ ଘନୀଭୂତ ହେଉଥିବାରୁ ଆସନ୍ତାକାଲି ୨ ଜିଲ୍ଲାକୁ ଅରେଞ୍ଜ ଓ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହା ଆଗାମୀ ୨୪ ଘଣ୍ଟାରେ ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା ରହିଛି। ଓଡିଶା ଉପକୂଳ ଦେଇ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମବଙ୍ଗ ଏବଂ ବଙ୍ଗଳାଦେଶ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି। ଆଜି ଅବପାତ ଏବଂ ପରବର୍ତ୍ତୀ ୨୪ ଘଣ୍ଟାରେ ଗଭୀର-ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି।

ଗଭୀର-ଅବପାତ ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡିଶାର ଅନେକ ସ୍ଥାନରେ ପ୍ରବଳ କିମ୍ବା ଅତି ପ୍ରବଳ ବର୍ଷା ହେବାର ଆଶଙ୍କା କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟ ସରକାରଙ୍କୁ ପରାମର୍ଶ ଦିଆଯାଇଛି। ଅତି ପ୍ରବଳ ବର୍ଷା ନେଇ ୬ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡିକ ହେଲା ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର। ଏଥିସହ ଖୋର୍ଦ୍ଧା, କଟକ, ଯାଜପୁର, ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପାହାଡ଼ ଧସିବା, ମାଟି ଘର ଓ ରାସ୍ତା ନଷ୍ଟ ହେବାର ସମ୍ଭାବନା ଥିବା ବେଳେ ସହରାଞ୍ଚଳରେ ଟ୍ରାଫିକ୍‌ ସମସ୍ୟା ସୃଷ୍ଟି ହୋ‌ଇପାରେ।

ଏଥିସହ ଉପକୂଳ ଓଡ଼ିଶାରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିପାରେ। ପବନର ବେଗ ଘଣ୍ଟା ପ୍ରତି ୫୦ କିମି ବି ଛୁଇଁବାର ସମ୍ଭାବନା ରହିଛି। ତେବେ ୱେଲ୍‌ ମାର୍କଡ୍‌ ଲୋ ପ୍ରେସର୍‌ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ପଶ୍ଚିମକେନ୍ଦ୍ରୀୟ ବ‌ଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିମି ରହିବ। ୨୨ରୁ ୨୪ ତାରିଖ‌ ପର୍ଯ୍ୟନ୍ତ ବର୍ଷା କାରଣରୁ ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହେବାର ଆଶଙ୍କା ରହିଛି। ଏଥିସହ ପାହାଡ଼ ଧସିବା, ମାଟି ଘର ଓ ରାସ୍ତା ନଷ୍ଟ ହେବାର ସମ୍ଭାବନା ଥିବା ବେଳେ ସହରାଞ୍ଚଳରେ ଟ୍ରାଫିକ୍‌ ସମସ୍ୟା ସୃଷ୍ଟି ହୋ‌ଇପାରେ।

Comments are closed.