Odisha Link
Bridging the Missing Links in Odisha

ଅବପାତଜନିତ ବର୍ଷା: ରାଜ୍ୟର ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସଆରସି

ଭୁବନେଶ୍ବର: ତୀବ୍ର ଅବପାତଜନିତ ବର୍ଷାକୁ ନେଇ ରାଜ୍ୟ ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କ କରାଇଲେ ଏସଆରସି। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଚିଠିରେ ଜିଲ୍ଲାପାଳଙ୍କୁ ସତର୍କ କରାଯାଇଛି। ଏହାସହ ତଳିଆ ଅଞ୍ଚଳରେ ଜଳମଗ୍ନ ଓ ଭୂସ୍ଖଳନ ହେବାର ଆଶଙ୍କା ଥିବାରୁ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ କୁହାଯାଇଛି। ରେଡ ୱାର୍ଣ୍ଣିଂ ଜିଲ୍ଲା ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ଏହି ସମୟରେ କଚ୍ଚା ଘର ନଷ୍ଟ ହେବା ସହ ଟ୍ରାଫିକ ସମସ୍ୟ ମଧ୍ୟ ହୋଇପାରେ। ଏହାସହ ତିବ୍ର ବେଗରେ ପବନ ମଧ୍ୟ ବହିବାର ସମ୍ଭାବନା ରହିଛି । ରେଡ, ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜିଲ୍ଲା ଗୁଡିକୁ ମଧ୍ୟ ସତର୍କ କରାଯାଇଛି। ଆଗୁଆ ପଦକ୍ଷେପ ନେବାକୁ ଜିଲ୍ଲାପାଳଙ୍କୁ ଚିଠିରେ ପରାମର୍ଶ ଦିଆଯାଇଛି। ଏହି ବର୍ଷା ଆସନ୍ତା ୨୪ ତାରିଖ ଯାଏଁ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ୱର। ଆସନ୍ତାକାଲି ସକାଳ ୮ଟା ୩୦ଯାଏଁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଘଣ୍ଟାକୁ ୩୦ରୁ ୪୦କିଲୋମିଟର ବେଗରେ ପବନ ବହିପାରେ। ତଳିଆ ଅଞ୍ଚଳରେ ଜମିପାରେ ପାଣି ଏବଂ କଚ୍ଚା ଘର ପ୍ରତି ବିପଦ ରହିଛି। ସେହିପରି ପୁରୀ ଜିଲ୍ଲା ପାଇଁ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାସହ ୧୦ଟି ଜିଲ୍ଳା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଗଞ୍ଜାମ, କଟକ, ଖୋର୍ଧା, ଯାଜପୁର, ମୟୁରଭଞ୍ଜ, ବାଲେଶ୍ୱର, କେନ୍ଦ୍ରାପଡା, ଭଦ୍ରକ, ଜଗତିସିଂହପୁର ଓ ଯାଜପୁର ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Comments are closed.