Odisha Link
Bridging the Missing Links in Odisha

ରାଜ୍ୟରେ କରୋନା ନେଲା ଆଉ ୧୫ ମୁଣ୍ଡ

ଭୁବନେଶ୍ବର: ରାଜ୍ୟରେ ଧିରେ ଧୀରେ କମିବାରେ ଲାଗିଛି କରୋନା ଗ୍ରାଫ୍। ଗତ ୨୪ ଘଣ୍ଟା ମଧ୍ୟରେ କରୋନା ସଂକ୍ରମଣରେ ୧୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୯୧୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୯୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

୧୫ ମୃତକଙ୍କ ମଧ୍ୟରୁ ଅନୁଗୋଳ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଜଣେ ଲେଖାଏଁ, ଢେଙ୍କାନାଳ, ଖୋର୍ଦ୍ଧା, ସୋନପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, କଟକ, ପୁରୀ, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୭୬୦୯୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତ। ଏଥିମଧ୍ୟରୁ ୧୯୯୩୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୫୪୯୧୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୧୧୯୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି।

Comments are closed.