Odisha Link
Bridging the Missing Links in Odisha

ଦେଶରେ କରୋନା: ମୃତ୍ୟୁସଂଖ୍ୟା ୧,୧୭,୩୦୬ କୁ ବୃଦ୍ଧି

ନୂଆଦିଲ୍ଲୀ : ଗତ ୨୪ ଘଣ୍ଟାରେ ପ୍ରାୟ ୫୪,୩୬୬ ହଜାର ନୂଆ ସଂକ୍ରମଣ ସହ ଭାରତରେ ମୋଟ କରୋନା ସଂକ୍ରମିତ ବ୍ୟକ୍ତିଙ୍କ ସଂଖ୍ୟା ୭୭,୬୧,୩୧୨ ରେ ପହଞ୍ଚିଛି ଓ ୬୯୦ ଜଣ ମୃତ୍ୟୁବରଣ କରିଛନ୍ତି ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୭୭,୬୧,୩୧୨ ରେ ପହଞ୍ଚିଛି । ଏହା ମଧ୍ୟରୁ ୬୯୫୫୦୯ ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୧,୧୭,୩୦୬ କୁ ବୃଦ୍ଧି ପାଇଛି । ତେବେ ଶୁଭ ସୂଚନା ହେଉଛି ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୬୯,୪୮,୪୯୭ ରେ ପହଞ୍ଚିଛି ।

ଅନ୍ୟପକ୍ଷରେ ସାରା ବିଶ୍ୱରେ ମଙ୍ଗଳବାର ସୁଦ୍ଧା ମୋଟ ସଂକ୍ରମିତଙ୍କ ସଂଖ୍ୟା ୪ କୋଟି ୧୫ ଲକ୍ଷ ଓ ମୃତ୍ୟୁସଂଖ୍ୟା ୧୧.୩୫ ଲକ୍ଷ ଟପିଯାଇଛି । ଆମେରିକାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୪ ଲକ୍ଷ ଟପିଯାଇଛି । ଆମେରିକା ତଳକୁ ଭାରତ ଓ ବ୍ରାଜିଲ ରହିଛନ୍ତି ।