Odisha Link
Bridging the Missing Links in Odisha

କରୋନା: ରାଜଧାନୀରେ ଆଜି ୧୮୨ ଚିହ୍ନଟ

ଭୁବନେଶ୍ୱର:ଦୀର୍ଘ ସାତ ମାସ ପରେ କରୋନା ସଂକ୍ରମଣ କମୁଛି। ଆଜି ଭୁବନେଶ୍ୱରରେ ୧୮୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୪୪ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୧୩୮ରହିଛି। ଏନେଇ ଟ୍ୱିଟ୍ କରି ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ। ସେହିପରି ଆଜି ବିଏମ୍‌ସିରେ କରୋନାରୁ ୨୭୬ ଜଣ ସୁସ୍ଥ ହୋଇଥିବା ସୂଚନା ଦେଇଛି ବିଏମ୍‌ସି।

ସେପଟେ ଆଜି ରାଜ୍ୟରେ ଦିନକରେ ୧,୬୯୫ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୧୮୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ୧୫ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧୨୨୯ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

Comments are closed.