Odisha Link
Bridging the Missing Links in Odisha

ବରିଷ୍ଠ ଆଇଏଏସ୍‌ସ୍ତରରେ ଅଦଳବଦଳ

ଭୁବନେଶ୍ୱର: ରାଜ୍ୟ ସରକାର ଆଜି ବରିଷ୍ଠ ଆଇଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ବରିଷ୍ଠ ଆଇଏଏସ୍‌ ଅଧିକାରୀ ପରାଗ ଗୁପ୍ତାଙ୍କୁ ରାଜ୍ୟ ଜଙ୍ଗଲ ଉନ୍ନୟନ ନିଗମର ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ୧୯୮୮ ବ୍ୟାଚର ଗୁପ୍ତା ନିକଟରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିଲେ।

ଏଥିସହିତ ଇସ୍ପାତ ଓ ଖଣି ସଚିବ ସୁରେନ୍ଦ୍ର କୁମାରଙ୍କୁ ଓଏମ୍‌ସି ଅଧ୍ୟକ୍ଷ ପଦରେ ନିଯୁକ୍ତି ମିଳିଛି। ଗୃହ ଓ ନଗର ଉନ୍ନୟନ ବିଭାଗର ସଚିବ ଜି ମାଥି ଭାତନନ୍‌ କଟକ ନଗର ଉନ୍ନୟନ କର୍ତ୍ତୃପକ୍ଷ (ସିଡିଏ)ରେ ଅଧ୍ୟକ୍ଷ ଭାବେ ଅବସ୍ଥାପିତ କରାଯାଇଛି।

Comments are closed.