Odisha Link
Bridging the Missing Links in Odisha

କରୋନା: ରାଜଧାନୀରୁ ୮୮ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଦୀର୍ଘ ୭ ମାସ ପରେ ଧୀରେ ଧୀରେ କମୁଛି କରୋନା ସଂକ୍ରମଣ। ଆଜି ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୮୮ ଜଣ କରୋନା ପଜିଟିଭ୍। ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୮୭୮୨ରେ ପହଞ୍ଚିଛି ।ମଙ୍ଗଳବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୭ ଜଣ ରହିଥିବା ବେଳେ ୭୧ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୨୩୦ ଜଣ ଆରୋଗ୍ୟ ଲାଭ କରିଛନ୍ତି।

ପ୍ରକାଶ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୮୭୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୯୯୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୬୬୦୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୧୫୮ ଜଣଙ୍କର ମୃତ୍ୟୁ ହୋଇଛି।

Comments are closed.