Odisha Link
Bridging the Missing Links in Odisha

୨୪ ଘଣ୍ଟାରେ ଦେଶରେ ୪୩,୮୯୩ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଗତ ୨୪ ଘଣ୍ଟାରେ ଦେଶରେ ୪୩,୮୯୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଓ ୫୦୮ ଜଣ ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ଦେଶର ମୋଟ ୭୯,୯୦,୩୨୨କୁ ବୃଦ୍ଧି ହୋଇଛି ।ଏହା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛନ୍ତି ।

ଏହା ମଧ୍ୟରୁ ୬୧୦୮୦୩ ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୧,୨୦,୦୧୦ କୁ ବୃଦ୍ଧି ପାଇଛି । ତେବେ ଶୁଭ ସୂଚନା ହେଉଛି ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୭୨୫୯୫୦୯ ରେ ପହଞ୍ଚିଛି । ଅନ୍ୟପକ୍ଷରେ ସାରା ବିଶ୍ୱରେ ମଙ୍ଗଳବାର ସୁଦ୍ଧା ମୋଟ ସଂକ୍ରମିତଙ୍କ ସଂଖ୍ୟା ୪ କୋଟି ୩୯ ଲକ୍ଷ ଓ ମୃତ୍ୟୁସଂଖ୍ୟା ୧୧.୬୬ ଲକ୍ଷ ଟପିଯାଇଛି ।

ଆମେରିକାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୭ ଲକ୍ଷ ୭୪ ହଜାରକୁ ବୃଦ୍ଧି ପାଇଛି । ଆମେରିକା ତଳକୁ ଭାରତ ଓ ବ୍ରାଜିଲ ରହିଛନ୍ତି ବୋଲି ଆମେରିକାର ଜନ ହପକିନ୍ସ ବିଶ୍ୱବିଦ୍ୟାଳୟ ପକ୍ଷରୁ ଜାରି ତଥ୍ୟରେ କୁହାଯାଇଛି ।

Comments are closed.