Odisha Link
Bridging the Missing Links in Odisha

ଉପନିର୍ବାଚନ: ଆଜି ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡ଼ି ସୁପ୍ରିମୋ

ଭୁବନେଶ୍ବର: ଆସନ୍ତା ନଭେମ୍ବର ୩ ତାରିଖରେ ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ। ସମୟ ଯେତେ ପାଖଉଛି ବିଭିନ୍ନ ଦଳ ପକ୍ଷରୁ ପ୍ରଚାର କାର୍ଯ୍ୟ ଜୋରଦାର ହେଉଛି। ଭିନ୍ନ ଭିନ୍ନ ପ୍ରସଙ୍ଗରେ ଉଷୁମ ହେଉଛି ଉପନିର୍ବାଚନ। ଏହାରି ଭିତରେ ଆଜି ଠାରୁ ବିଜେଡ଼ିର ପ୍ରଚାର ମଙ୍ଗ ଧରିବେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ। ଏଥର ମଇଦାନରେ ନୁହେଁ ନବୀନ ନିବାସରୁ ଡିଜିଟାଲ ମାଧ୍ୟମରେ ପ୍ରଚାର କରିବେ ନବୀନ।

ଆଜି ତିର୍ତ୍ତୋଲରେ ଡିଜିଟାଲ ସମାବେଶ ଓ ୨୯ ତାରିଖରେ ବାଲେଶ୍ୱର ସଦର ଆସନ ପାଇଁ କରିବେ ପ୍ରଚାର। ସେପଟେ ବାଲେଶ୍ୱର ବ୍ୟାଟେଲ ଗ୍ରାଉଣ୍ଡରେ ଚାଲିଛି ମହା ମୁକାବିଲା । ଉପନିର୍ବାଚନ ତାରିଖ ପାଖେଇ ଆସୁଥିବାବେଳେ ପ୍ରଚାର ମଇଦାନ କମ୍ପୁଛି।

ଦାସଙ୍କ ପାଇଁ ଦଳର ମନ୍ତ୍ରୀ, ବିଧାୟକ ଓ ଛାମୁଆ ନେତା ବାଲେଶ୍ୱରରେ ଡେରା ପକାଇଛନ୍ତି। ସେହିପରି ବିଜେପି ପ୍ରାର୍ଥୀ ମାନସ ଦତଙ୍କ ପାଇଁ କେନ୍ଦ୍ରମନ୍ତ୍ରୀଠାରୁ ଆରମ୍ଭ କରି ବଡ ବଡ ନେତା କସରତ ଚଳାଇଛନ୍ତି। ଅନ୍ୟପଟେ କଂଗ୍ରେସ ପ୍ରାର୍ଥୀ ମମତା କୁଣ୍ଡୁ ମଧ୍ୟ ନିଜ ସମର୍ଥକଙ୍କ ଶୋଭାଯାତ୍ରା, ସମାବେଶ ଓ ଘର ଘର ବୁଲି ପ୍ରଚାର କରୁଛନ୍ତି।

Comments are closed.