Odisha Link
Bridging the Missing Links in Odisha

ରାଜ୍ୟରେ ଆଉ ୧୩ ମୁଣ୍ଡ ନେଲା କରୋନା

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କମିବାରେ ଲାଗିଛି କରୋନା ଆକ୍ରାନ୍ତ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୩ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୯୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

୧୩ ମୃତକଙ୍କ ମଧ୍ୟରୁ ଅନୁଗୋଳ, ବାଲେଶ୍ବର, କଟକ, ଖୋର୍ଦ୍ଧା, ନୂଆପଡା ଜିଲ୍ଲାରୁ ୨ ଜଣ ଲେଖାଏଁ ଥିବା ବେଳେ ଜଗତସିଂହପୁର, କେନ୍ଦୁଝର ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୮୭୦୯୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୫୬୧୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୭୦୧୩୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୨୯୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି।

Comments are closed.