Odisha Link
Bridging the Missing Links in Odisha

ମାଲବାହି ଅଟୋ ମୁହାଁମୁହିଁ ଧକ୍କା, ୩ ଗୁରୁତର

ଆଠଗଡ଼: ପୁରୁଣା କଟକ ସମ୍ବଲପୁର ରାସ୍ତାକୁ ସଂଯୋଗ କରୁଥିବା ଘଣ୍ଟିଖାଲ ବଜାର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ୨ଟି ମାଲବାହି ଅଟୋ ମୁହାଁମୁହିଁ ଧକ୍କା ହୋଇଥିଲା।ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ହୋଇଛନ୍ତି ।

ଆହତଙ୍କୁ ଆଠଗଡ ମେଡିକାଲରେ ଭର୍ତ୍ତି କରାଯାଇଛି। ୩ ଜଣଙ୍କ ମଧ୍ୟରୁ ଜଣଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କାଟାପନ୍ନ ହେବାରୁ ତାଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ପୋଲିସ୍ କର୍ମଚାରୀଙ୍କ ସମେତ ସ୍ଥାନୀୟ ଲୋକଙ୍କ ଗହଳି ଲାଗି ରହିଛି।

Comments are closed.