ଦେଶରେ କରୋନା: ୮୦ ଲକ୍ଷ ଟପିଲା ପଜିଟିଭ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଓ ମୃତକଙ୍କ ସଂଖ୍ୟା କ୍ରମାଗତ ହ୍ରାସ ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୪୯ ହଜାର ୮୮୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୦ ଲକ୍ଷ ୪୦ ହଜାର ୨୦୩କୁ ବୃଦ୍ଧି ପାଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।
ଗତ ୨୪ ଘଣ୍ଟାରେ ୫୧୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତକଙ୍କ ସଂଖ୍ୟା ୧ଲକ୍ଷ ୨୦ ହଜାର ୫୨୭ରେ ପହଞ୍ଚିଛି। ୬ ଲକ୍ଷ ୩ହଜାର ୬୮୭ ଜଣ ଚିକିତ୍ସାଧୀନ ଅବସ୍ଥାରେ ଥିବା ବେଳେ ୭୩ ଲକ୍ଷ ୧୫ ହଜାର ୯୮୯ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
Comments are closed.