କରୋନା: ରାଜଧାନୀରୁ ୯୩ ପଜିଟିଭ ଚିହ୍ନଟ, ୨୫୪ ସୁସ୍ଥ

ଭୁବନେଶ୍ୱର: ଦୀର୍ଘ ସାତ ମାସ ପରେ ଧୀରେ ଧୀରେ କମୁଛି କରୋନା ସଂକ୍ରମଣ। ଆଜି ଭୁବନେଶ୍ୱରରୁ ଚିହ୍ନଟ ହୋଇଛନ୍ତି ଆଉ ୯୩ ଜଣ କରୋନା ପଜିଟିଭ। ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୮୯୮୫ରେ ପହଞ୍ଚିଛି। ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୨୧ ଜଣ ରହିଥିବା ବେଳେ ୭୨ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ। ଏହାସହ ୨୫୪ ଜଣ ଆରୋଗ୍ୟ ଲାଭ କରିଛନ୍ତି।
ପ୍ରକାଶ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୮୯୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୭୨୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୭୦୮୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୧୬୨ ଜଣଙ୍କର ମୃତ୍ୟୁ ହୋଇଛି।
Comments are closed.