Odisha Link
Bridging the Missing Links in Odisha

କରୋନା: ଭୁବନେଶ୍ବରରେ ୫୦% ଲୋକଙ୍କ ଦେହରେ ଆଣ୍ଟିବଡ଼ି

ଭୁବନେଶ୍ବର: ଆଜି ଆରଏମଆସି ନିର୍ଦ୍ଦେଶିକା ଡାକ୍ତର ସଂଘମିତ୍ରା ପତି କହିଛନ୍ତି ଯେ, ତୃତୀୟ ପର୍ଯ୍ୟାୟ ସେରୋ ସର୍ଭେ ପରେ ଭୁବନେଶ୍ୱରରେ ୫୦ ପ୍ରତିଶତ ଲୋକଙ୍କ ଦେହରେ ହେଲାଣି ଆଣ୍ଟିବଡ଼ି। ସର୍ଭେ ଅନୁସାରେ ଭୁବନେଶ୍ୱରର ୫୦% ଲୋକଙ୍କୁ ଛୁଇଁଗଲାଣି କରୋନା। କରୋନା ସଂସ୍ପର୍ଶରେ ଆସିବା ପରେ ଦେହରେ ବିକଶିତ ହୋଇଛି ଆଣ୍ଟିବଡ଼ି।

ଜୁଲାଇ ୧୧ ପ୍ରଥମ ସର୍ଭେରେ ମାତ୍ର ୧.୪୨% ଲୋକଙ୍କ ଆଣ୍ଟିବଡି ଥିଲା। ଅଗଷ୍ଟ ୨୮ ଦ୍ୱିତୀୟ ସର୍ଭେରେ ୫.୧% ଲୋକଙ୍କ ଦେହରେ ଆଣ୍ଟିବଡି ସୃଷ୍ଟି ହୋଇଥିଲା। ଅକ୍ଟୋବର ୧୬ରୁ ୧୮ ତାରିଖ ମଧ୍ୟରେ ହୋଇଥିଲା ୩ୟ ପର୍ଯ୍ୟାୟ ସେରୋ ସର୍ଭେ ୨୫ଟି ୱାର୍ଡରୁ ୧୪୦୩ ସାମ୍ପଲ ନିଆଯାଇ ପରୀକ୍ଷା କରାଯାଇଥିଲା। ୫୫ ନମ୍ବର ୱାର୍ଡରୁ ସର୍ବନିମ୍ନ ୨୮% ଓ ୧୬ରୁ ସର୍ବାଧିକ ୬୩% ମିଳିଥିଲା।”

ଡକ୍ଟର ପତି ଆହୁରି କହିଛନ୍ତି ଯେ, ୫ଟି ୱାର୍ଡରେ ଆଣ୍ଟିବଡ଼ି ବିକଶିତ ଲୋକଙ୍କ ସଂଖ୍ୟା ୬୦%ରୁ ଅଧିକ ରହିଛି। ସର୍ଭେ ଅନୁସାରେ ଏଯାଏ ଆହୁରି ୫୦% ଲୋକଙ୍କୁ ଛୁଇଁନି କରୋନା। ୫୦% ଲୋକଙ୍କ ଦେହରେ ଆଣ୍ଟିବଡ଼ି ବିକଶିତ କରିନାହିଁ। ସେମାନେ ଏବେ ବି ସମ୍ବେଦନଶୀଳ, ସେଥିପ୍ରତି ଯତ୍ନବାନ ହେବାକୁ ପଡ଼ିବ। ସାମାଜିକ ଦୂରତ୍ୱ ଓ ମାସ୍କ ଆଦି ନିୟମକୁ କଡ଼ାକଡ଼ି ପାଳନ କରିବା ଜରୁରୀ।

Comments are closed.