Odisha Link
Bridging the Missing Links in Odisha

ନଭେମ୍ବର ୧୬ରୁ ଖୋଲିବ ସ୍କୁଲ

ଭୁବନେଶ୍ୱର: ଦୀର୍ଘ ଦିନ ଧରି କରୋନା ପାଇଁ ରାଜ୍ୟରେ ବନ୍ଦ ଥିବା ଶିକ୍ଷାନୁଷ୍ଠାନ ଗୁଡ଼ିକ ଖୋଲିବାକୁ ଯାଉଛି। ଅନ୍‌ଲକ୍‌-୬ରେ ଶିକ୍ଷାନୁଷ୍ଠାନ ଖୋଲିବା ପାଇଁ ସ୍ତିର କରିଛନ୍ତି ରାଜ୍ୟ ସରକାର। ନଭେମ୍ବର ୧୬ରୁ ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲି। ନବମରୁ ଦ୍ୱାଦଶ ବ୍ୟତୀତ ସବୁ ଶିକ୍ଷାନୁଷ୍ଠାନ ୩୦ ଯାଏଁ ବନ୍ଦ ରହିବ। କୋଭିଡ୍‌ ଗାଇଡ୍‌ଲାଇନ୍‌ ଅନୁସାରେ ଶିକ୍ଷାନୁଷ୍ଠାନ ଖୋଲିବାକୁ ନିଷ୍ପତ୍ତି ହୋଇଛି।

ନଭେମ୍ବର ୧୫ ଯାଏଁ ବନ୍ଦ ରହିବ ସିନେମା ହଲ୍‌ ଓ ସୁଇମିଂ ପୁଲ୍‌। ବାହାଘରରେ ସର୍ବାଧିକ ୨୦୦ ଲୋକ ଯୋଗ ଦେଇପାରିବେ। ଅନ୍ତିମ ସଂସ୍କାରରେ ସର୍ବାଧିକ ୫୦ ଜଣ ଯୋଗ ଦେଇପାରିବେ। ଅନ୍ତର୍ଜାତୀୟ ବିମାନ ସେବା ବନ୍ଦ ରହି। ବଡ଼ ଧରଣର ଧାର୍ମିକ କିମ୍ବା ରାଜନୈତିକ ସମାବେଶକୁ ବାରଣ କରାଯାଇଛି। ସେପଟେ କଣ୍ଟେନମେଣ୍ଟ ଜୋନରେ ଜାରି ରହିବ ଲକଡାଉନ କଟକଣା।

Comments are closed.