Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ସୁସ୍ଥ ହେଲେ ୧୫୨୭ ସଂକ୍ରମିତ

ଭୁବନେଶ୍ଵର: ଦୀର୍ଘ ସାତ ମାସ ପରେ ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୩୮୯ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୫୨୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଆରୋଗ୍ୟଙ୍କ ସଂଖ୍ୟା ୨,୭୭,୦୯୧ରେ ପହଞ୍ଚିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ଏହାର ସୂଚନା ଦିଆଯାଇଛି।

ବାଲେଶ୍ଵର ଏବଂ ସୁନ୍ଦରଗଡରୁ ସର୍ବାଧିକ ୧୨୭ ଜଣ ଲେଖାଏଁ କରୋନାରୁ ମୁକ୍ତ ହୋଇଛନ୍ତି। ସେହି ପରି ଖୋର୍ଦ୍ଧା ଜିଲ୍ଲାରୁ ୧୧୫, କଟକ ଜିଲ୍ଲାରୁ ୧୦୭, ନୂଆପଡାରୁ ୧୦୪, ଜଗତସିଂହପୁରରୁ ୮୯, ଅନୁଗୁଳରୁ ୭୦, ଯାଜପୁରରୁ ୬୦, ବରଗଡରୁ ୫୬, ପୁରୀରୁ ୪୬, ମୟୂରଭଞ୍ଜରୁ ୪୫, ଢେଙ୍କାନାଳରୁ ୪୪, କେନ୍ଦୁଝରରୁ ୪୪, ବଲାଙ୍ଗୀରରୁ ୪୨ ଜଣ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି।

ଠିକ୍‌ ସେହି ପରି ଭଦ୍ରକରୁ ୪୧, କେନ୍ଦ୍ରାପଡାରୁ ୪୧, ସମ୍ବଲପୁରରୁ ୪୧, କଳାହାଣ୍ଡିରୁ ୩୬, କୋରାପୁଟରୁ ୩୪, ମାଲକାନଗିରିରୁ ୩୨, ସୋନପୁରରୁ ୨୮, ନୟାଗଡରୁ ୨୬, କନ୍ଧମାଳରୁ ୨୩, ଝାରସୁଗୁଡାରୁ ୨୨, ଗଞ୍ଜାମରୁ ୨୦, ନବରଙ୍ଗପୁରରୁ ୨୦, ବୌଦ୍ଧରୁ ୧୬, ରାୟଗଡାରୁ ୧୫, ଦେବଗଡରୁ ୧୩ ଏବଂ ଗଜପତି ଜିଲ୍ଲାରୁ ୬ କୋଭିଡ୍-୧୯ ପଜିଟିଭ୍ ସୁସ୍ଥ ହୋଇଛନ୍ତି।

ପ୍ରକାଶ ଯେ, ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧୩୮୯ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୨,୯୩,୧୧୪ରେ ପହଞ୍ଚିଛି। ସେହି ପରି ରାଜ୍ୟରେ ଆଉ ୯ ଜଣଙ୍କ କରୋନାରେ ପ୍ରାଣଘାନୀ ଘଟିଛି। କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୪୦ରେ ଛୁଇଁଛି। ଆଜିର ସୁସ୍ଥକୁ ମିଶାଇ ମୋଟ୍ ଆରୋଗ୍ୟ ସଂଖ୍ୟା ୨, ୭୯, ୦୯୧କୁ ବୃଦ୍ଧି ଘଟିଛି।

Comments are closed.