Odisha Link
Bridging the Missing Links in Odisha

ରାଜ୍ୟରେ ଆଉ ୯ ମୁଣ୍ଡ ନେଲା କରୋନା

ଭୁବନେଶ୍ବର: ରାଜ୍ୟରେ କମିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୧୩୮୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୯ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୪୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

୯ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ, ସମ୍ବଲପୁର, ଖୋର୍ଦ୍ଧା, କନ୍ଧମାଳ, କଟକ, ପୁରୀ ଏବଂ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୩୨୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୪୨୫୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୭୭୫୬୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ରାଜ୍ୟରେ କରୋନାରେ ୧୩୪୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କର ଅନ୍ୟ ରୋଗରେ ମୃତ୍ୟୁ ହୋଇଛି।

Comments are closed.