Odisha Link
Bridging the Missing Links in Odisha

ରାଜଧାନୀରୁ ଆଉ ୬୯ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କ୍ରମାଗତ ଭାବେ ସଂକ୍ରମଣ ହାର କମୁଛି। ଆଜି ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୬୯ ଜଣ କରୋନା ପଜିଟିଭ୍। ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୩୭୯ରେ ପହଞ୍ଚିଛି। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୪ ଜଣ ରହିଥିବା ବେଳେ ୫୫ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏଥିସହ ୧୮୦ ଜଣ ଆରୋଗ୍ୟ ଲାଭ କରିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୩୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୦୫୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୮୧୩୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୧୭୦ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି।

Comments are closed.