Odisha Link
Bridging the Missing Links in Odisha

ରାଜ୍ୟରେ ୧୨ଜଣ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୨ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୩୬୪କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

ମୟୁରଭଞ୍ଜ, ମାଲକାନଗିରିରୁ ସର୍ବାଧିକ ୩ ଜଣଙ୍କର ମୃତ୍ୟୁ ଘଟିଛି। ଭୁବନେଶ୍ବର ରୁ ୨ଜଣ ଲେଖାଏଁ, ଝାସୁଗୁଡ଼ା, ଯାଜପୁର, କେନ୍ଦୁଝର, ରାୟଗଡ଼ାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ବରଣ କରିଛନ୍ତି ।

Comments are closed.