Odisha Link
Bridging the Missing Links in Odisha

୨୪ ଘଣ୍ଟା ମଧ୍ୟରେ ୧୪୭୪ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ୧୪୭୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯୫୮୮୯ରେ ପହଞ୍ଚିଛି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୫୫ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୬୧୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ ଦିଆଯାଇଛି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୭୬ଜଣ, ବାଲେଶ୍ୱର ଜିଲ୍ଲାରୁ ୭୮ଜଣ, ବରଗଡ଼ ଜିଲ୍ଲାରୁ ୬୮ଜଣ, ଭଦ୍ରକ ଜିଲ୍ଲାରୁ ୧୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୮୯ଜଣ, ବୌଦ୍ଧ ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୧୨୦ଜଣ, ଦେଓଗଡ଼ ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୮ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୩୩ଜଣ, ଜଗତସିଂହପୁର ଜିଲ୍ଲାରୁ ୬୭ଜଣ, ଯାଜପୁର ଜିଲ୍ଲାରୁ ୩୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୯ଜଣ, କଳାହାଣ୍ଡି ଜିଲ୍ଲାରୁ ୩୬ଜଣ, କନ୍ଧମାଳ ଜିଲ୍ଲାରୁ ୧୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୬ଜଣ, କେନ୍ଦୁଝର ଜିଲ୍ଲାରୁ ୬୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୭୫ଜଣ, କୋରାପୁଟ ଜିଲ୍ଲାରୁ ୨୩ଜଣ, ମାଲକାନଗିରି ଜିଲ୍ଲାରୁ ୨୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୦ଜଣ, ନୟାଗଡ଼ ଜିଲ୍ଲାରୁ ୨୦ଜଣ, ନୂଆପଡା ଜିଲ୍ଲାରୁ ୪୬ଜଣ, ପୁରୀ ଜିଲ୍ଲାରୁ ୭୩ଜଣ, ରାୟଗଡ଼ା ଜିଲ୍ଲାରୁ ୭ଜଣ, ସମ୍ବଲପୁର ଜିଲ୍ଲାରୁ ୩୭ଜଣ, ସୋନପୁର ଜିଲ୍ଲାରୁ ୫ଜଣ, ସୁରନ୍ଦରଗଡ଼ ଜିଲ୍ଲାରୁ ୧୦୪ଜଣ, ଷ୍ଟେଟ୍‌ ପୁଲ୍‌ରୁ ୩୦ଜଣ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୫୮୮୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୩୯୧୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୮୦୫୫୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୪୭୩୬୨୪୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।

Comments are closed.