Odisha Link
Bridging the Missing Links in Odisha

କରୋନା: ରାଜଧାନୀରୁ ଆଉ ୬୮ ପଜିଟିଭ୍ ଚିହ୍ନଟ, ୧୧୫ ସୁସ୍ଥ

ଭୁବନେଶ୍ୱର: ଦୀର୍ଘ ଆଠ ମାସ ପରେ ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଆଜି ଭୁବନେଶ୍ୱରରୁ ଆଉ ୬୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହା ସହିତ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୫୨୨ରେ ପହଞ୍ଚିଛି। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୪ ଜଣ ରହିଥିବା ବେଳେ ୫୪ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ। ଏହାସହ ୧୧୫ ଜଣ ଆରୋଗ୍ୟ ଲାଭ କରିଛନ୍ତି।

ପ୍ରକାଶ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୫୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୯୩୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୮୩୯୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୭୫ ଜଣଙ୍କର ମୃତ୍ୟୁ ହୋଇଛି।

Comments are closed.