Odisha Link
Bridging the Missing Links in Odisha

୨୪ ଘଣ୍ଟାରେ ୫୦,୩୫୭ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ପୁନଃ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ୨୪ ଘଣ୍ଟାରେ ୫୦,୩୫୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫୭୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଏହାସହ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୫ ହଜାର ୫୬୨ରେ ପହଞ୍ଚିଛି। ସେହିଭଳି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୪ ଲକ୍ଷ ୬୨ ହଜାର ୮୧କୁ ବୃଦ୍ଧି ପାଇଛି।

ମୋଟ ୫,୧୬,୬୩୨ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୭୮,୧୯,୮୮୬ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

Comments are closed.