Odisha Link
Bridging the Missing Links in Odisha

ରାଜ୍ୟରେ କରୋନା: ୧୨୧୯ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଏବେ କରୋନା ସଂକ୍ରମଣ ହାର କମିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୨୧୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୦୮ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୧୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୨୭୯୩ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଜରିଆରେ ସୂଚନା ଦିଆଯାଇଛି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୭୮ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦୭ଜଣ, ବରଗଡ଼ ଜିଲ୍ଲାରୁ ୩୯ଜଣ, ଭଦ୍ରକ ଜିଲ୍ଲାରୁ ୨୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୬ଜଣ, ବୌଦ୍ଧ ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୧୦୬ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୦ଜଣ, ଗଜପତି ଜିଲ୍ଲାରୁ ୯ଜଣ, ଗଞ୍ଜାମ ଜିଲ୍ଲାରୁ ୧୫ଜଣ, ଜଗତସିଂହପୁର ଜିଲ୍ଲାରୁ ୫୩ଜଣ, ଯାଜପୁର ଜିଲ୍ଲାରୁ ୩୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୬ଜଣ, କଳାହାଣ୍ଡି ଜିଲ୍ଲାରୁ ୩୮ଜଣ, କନ୍ଧମାଳ ଜିଲ୍ଲାରୁ ୧୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୦ଜଣ, କେନ୍ଦୁଝର ଜିଲ୍ଲାରୁ ୪୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯୨ଜଣ, କୋରାପୁଟ ଜିଲ୍ଲାରୁ ୨୮ଜଣ, ମାଲକାନଗିରି ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୩ଜଣ, ନୟାଗଡ଼ ଜିଲ୍ଲାରୁ ୨୩ଜଣ, ନୂଆପଡ଼ା ଜିଲ୍ଲାରୁ ୩୧ଜଣ, ପୁରୀ ଜିଲ୍ଲାରୁ ୩୪ଜଣ, ରାୟଗଡ଼ା ଜିଲ୍ଲାରୁ ୭ଜଣ, ସମ୍ବଲପୁର ଜିଲ୍ଲାରୁ ୩୨ଜଣ, ସୋନପୁର ଜିଲ୍ଲାରୁ ୨୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦୭ଜଣ, ଷ୍ଟେଟ ପୁଲରୁ ୧୯ଜଣ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦୨୭୯୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୩୧୩୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୮୮୧୬୮ଜଣ ସୁସ୍ଥ ହୋଇଛନ୍ତି।

Comments are closed.