Odisha Link
Bridging the Missing Links in Odisha

ରାଜଧାନୀରୁ ୭୦ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜଧାନୀରୁ ଆଉ ୭୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୭୭୪ରେ ପହଞ୍ଚିଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୨୦ ଜଣ ରହିଥିବା ବେଳେ ୫୦ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୯୦ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ଭୁବନେଶ୍ବରରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୭୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୧୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୮୭୬୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୮୩ ଜଣଙ୍କର ମୃତ୍ୟୁ ହୋଇଛି ।

Comments are closed.