Odisha Link
Bridging the Missing Links in Odisha

ଜଳସଂପଦ ବିଭାଗର ୪ଟି ଅନ୍‌ଲାଇନ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୋବାଇଲ ଫଟୋରୁ ହେବ ସମସ୍ୟାର ସମାଧାନ। ଚାଷିଙ୍କୁ ଆଉ ଚାଷୀ କୁ ଅଫିସକୁ ଦୌଡିବାକୁ ପଡ଼ିବ ନାହିଁ। ମୋବାଇଲ ଫୋନର ଫଟୋ ଓ ଭିଡିଓ ଜରିଆରେ ଚାଷୀ ଜଳସେଚନ ସମସ୍ୟା ସଂପର୍କରେ ସିଧା ଜଣାଇପାରିବେ । ଏହି ନୂଆ ବ୍ୟବସ୍ଥାର ନାମ ‘ସେଚ ସମାଧାନ’ ।

ବିଜୁ କୃଷକ ଯୋଜନାରେ ଗୋଷ୍ଠୀ ଉଠାଜଳସଚେନ ପ୍ରକଳ୍ପ ପାଇଁ ଅନ୍‌ଲାଇନ ଆବେଦନ ପ୍ରକ୍ରିୟା, ଶିଳ୍ପସଂସ୍ଥା ମାନଙ୍କ ପାଇଁ ଜଳ ଆବଣ୍ଟନ ଆବେଦନ ପକ୍ରିୟା ଏବଂ ବ୍ୟବସାୟିକ ଓ ଅନ୍ୟ ସଂସ୍ଥା ପାଇଁ ଆବେଦନ ପୋର୍ଟାଲ ଏହିପରି ୪ଟି ଗୋଟି ଅନ୍‌ଲାଇନ ସେବା ବ୍ୟବସ୍ଥାର ଶୁଭାରମ୍ଭ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ସଂପାଦିତ ହୋଇଛି ।

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ, ଚାଷୀମାନେ ହେଉଛନ୍ତି ଜଳସଂପଦ ବିଭାଗର ସର୍ବବୃହତ ହିତାଧିକାରୀ। ତେଣୁ ଏହି ଅନ୍‌ଲାଇନ ସେବା ଚାଷୀମାନଙ୍କ ଅଭିଯୋଗର ତୁରନ୍ତ ସମାଧାନ ଦିଗରେ ବିଶେଷ ସହାୟକ ହେବା ସହିତ ବୈଷୟିକ ଜ୍ଞାନକୌଶଳର ବ୍ୟବହାର ଦ୍ବାରା ବିଭାଗକୁ ଅଧିକ ଉତ୍ତରଦାୟୀ ଓ ସ୍ବଚ୍ଛ ସେବା ପ୍ରଦାନରେ ସହାୟକ ହେବ। ଏହାସହିତ ବିଜୁ କୃଷକ ଯୋଜନାର ଆବେଦନ ପ୍ରକ୍ରିୟାକୁ ମଂଜୁର କରିବାରେ ମଧ୍ୟ ସମୟୋଚିତ ପଦକ୍ଷେପ ନିଆଯାଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ସେହିପରି ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟିକ ପ୍ରତିଷ୍ଠାନ ମାନଙ୍କ ପାଇଁ କରାଯାଇଥିବା ଅନ୍ ଲାଇନ ସେବା ମଧ୍ୟ ସେମାନଙ୍କ ପାଇଁ ବିଶେଷ ଉପଯୋଗୀ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିବା ସହିତ ଲୋକଙ୍କୁ ନିଜ ଘର ପାଖରେ ସରକାରୀ ସେବା ଯୋଗାଇବା ପାଇଁ ଥିବା ଲକ୍ଷ୍ୟ ପୂରଣରେ ଏହା ସହାୟକ ହୋଇପାରିବ ବୋଲି ପଟ୍ଟନାୟକ କହିଥିଲେ ।ଏହି ସେବା ବିଷୟରେ ବହୁଳ ଜନସଚେତନତା ଊପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଥିଲେ।

ଶିଳ୍ପ କ୍ଷେତ୍ରକୁ ଜଳ ଆବଣ୍ଟନ ପାଇଁ ଜଳସଂପଦ ବିଭାଗ ତରଫରୁ Go Swift ପୋର୍ଟାଲକୁ ବିକଶିତ କରାଯାଇଛି। ଏହା ଜରିଆରେ ସେମାନେ ଅନ୍‌ ଲାଇନ ଆବେଦନ କରିପାରିବେ। ବାଣିଜ୍ୟିକ ଓ ଅନ୍ୟ ସଂସ୍ଥା ପାଇଁ ଜଳ ଆବେଣ୍ଟନ ପାଇଁ ମଧ୍ୟ ଜଳସଂପଦ ବିଭାଗ ତରଫରୁ ଅନ୍‌ଲାଇନ ପୋର୍ଟାଲ water allocationod.nic.in ବିକଶିତ କରାଯାଇଛି ।ଏହି ପୋର୍ଟାଲ ଜରିଆରେ ଆବେଦନକରୀ ମାନଙ୍କୁ ଜଳର ଆବଣ୍ଟନ, ପରିମାଣ ହ୍ରାସ ବୃଦ୍ଧି ଇତ୍ୟାଦି ବିଷୟରେ ବିଭାଗ ତରଫରୁ ଅବଗତ କରାଯାଇପାରିବ ।

Comments are closed.